Sunday, January 14, 2024

ମକର ସଂକ୍ରାନ୍ତି, ଆଦିବାସୀଙ୍କ ‘ଟୁସୁ ପରବ’



ମକର ସଂକ୍ରାନ୍ତି ଏକ ଗଣପର୍ବ । ଏହି ପର୍ବକୁ ଲୋକେ ଖୁବ୍‌ ଧୁମଧାମରେ ପାଳନ କରିଥାନ୍ତି । ଓଡ଼ିଶାର ଉତ୍ତରାଞ୍ଚଳରେ, ବିଶେଷତଃ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀମାନଙ୍କର ମକରଯାତ୍ରା ଏକ ପ୍ରଧାନ ପର୍ବ । ଏହି ଅଂଳରେ ବସ ବାସ କରୁ ଥିବା କୁଡୁମୀ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ‘ଟୁସୁ ପରବ’ ରୂପେ ପାଳନ କରିଥା'ନ୍ତି । ମକର ସଂକ୍ରାନ୍ତିର ପୂର୍ବରୁ ଓ ପରେ ସମସ୍ତଙ୍କ ଘରେ ଭିନ୍ନଭିନ୍ନ ପ୍ରକାର ବ୍ୟଞ୍ଜନ ବିଭିନ୍ନ ଦିନରେ ହୋଇଥାଏ । 


ଏହି ପର୍ବରେ ସମସ୍ତେ ନୂଆବସ୍ତ୍ର ପରିଧାନ କରନ୍ତି । ନାଚଗୀତ ଓ ଭୋଜିଭାତରେ ମାଧ୍ୟମରେ ଏହିପର୍ବକୁ ମହା ଆନନ୍ଦରେ ଆଦିବାସୀମାନେ ପାଳନ କରିଥା'ନ୍ତି । ମକର ପର୍ବର ‘ଟୁସୁଗୀତ’ ଅତ୍ୟନ୍ତ ହୃଦୟସ୍ପର୍ଶୀ । ଓଡ଼ିଶାର ସମତଳ ଅଂଚଳ ଅପେକ୍ଷା ମାଳ ଅଂଚଳରେ ମକର ଯାତ୍ରା ବଡ଼ ଜାକଜମକକରେ ଦୀର୍ଘଦିନ ଧରି ପାଳନ କରାଯାଏ । ପ୍ରାୟ ପ୍ରତ୍ୟେକ ଆଦିବାସୀ ଗୋଷ୍ଠି ଏହି ପର୍ବ ପାଳନ କରନ୍ତି । ଏହି ସମୟରେ ଆଦିବାସୀ ଅଂଚଳଗୁଡିକ ଯାତ୍ରା ମେଳଣର ଆମୋଦପ୍ରମୋଦରେ ଜୀବନ୍ତ ହୋଇଉଠେ । ସେମାନଙ୍କ ପରମ୍ପରାରେ ମକରଯାତ୍ରା ଏକ ସ୍ନେହ, ପ୍ରେମ ଓ ସଦ୍‌ଭାବନାର ମହୋତ୍ସବ ।


No comments:

Post a Comment