Tuesday, March 26, 2024

ମହାପ୍ରଭୁଙ୍କ ବନକଲାଗି ନୀତି, ଏହି 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବନକଲାଗି ନୀତି: ଆଜି ମହାପ୍ରଭୁଙ୍କ ହେବ ଶ୍ରୀମୁଖ ଶୃଙ୍ଗାର । ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା 6 ଟାରୁ ରାତି 10 ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।





ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।



ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି ।

ବନକଲାଗି ନୀତି କ'ଣ ?

ଏହି ନୀତି କରୁଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା'ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

କ'ଣ ରହିଛି ନିୟମ ?

ପ୍ରତି ବୁଧବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ 3 ଖଣ୍ଡ ଶ୍ରୀକପଡା ଦିଅନ୍ତି ।ରାଜାଙ୍କ ସୁପରିଟେଣ୍ଡେଣ୍ଟଙ୍କ ତରଫରୁ ସାମଗ୍ରୀ ଯୋଗାଇ ଦିଆଯାଏ ।

ହିଙ୍ଗୁଳ, ହରିତାଳ, ଶଙ୍ଖ 6 ଭରି ଲେଖାଏଁ, କେଶର ଓ କର୍ପୁର ଯୋଗାଇ ଦିଅନ୍ତି । ମହାସ୍ନାନ ପାଇଁ ପଂଚାମୃତ ଯୋଗାଇ ଦିଆଯାଇଥାଏ । 7 ପ୍ରକାର ସେବକ ବନକଲାଗି ସେବା ସମ୍ପାଦନ କରିଥାନ୍ତି । ପାଳିଆ ଖଣ୍ଟୁଆ, ଗରାବଡୁ, 3 ଜଣ ପାଳିଆ ପୁଷ୍ପାଳକ ସେବା କରିଥାନ୍ତି ।

ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି। ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି ।



ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି । ମଇଲମ ପରେ ପାଳିଆ ଖୁଣ୍ଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି । ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ । ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି । ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି ।


ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି । 3 ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି । ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ ।



Source: Oneindia

No comments:

Post a Comment